ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ଏକ ଭିନ୍ନ ଅନୁଭୂତି ବୋଲି ସେ କହିଛନ୍ତି। ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ ଏହି ଗୃହରେ ଜଣେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛନ୍ତି ଏବଂ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଥିବାରୁ ସେ ଆଜି ସେମାନଙ୍କୁ ପାଖରେ ପାଇ ଆବିଭୂତ ହୋଇଥିଲେ। ରାଷ୍ଟ୍ରପତି ଓଡ଼ିଶାର ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢ଼େଇ ଏବଂ କଳିଙ୍ଗ ଚଣ୍ଡାଶୋକକୁ ଧର୍ମାଶୋକ କରିଥିବା ଇତିହାସକୁ ମନେ ପକାଇଥିଲେ। ସେ ମହତାବ ଓ ବିଜୁ ପଟ୍ଟନାୟକଙ୍କ ଭଳି ରାଜ୍ୟର ବହୁ ନିର୍ମାତାଙ୍କୁ ସ୍ମରଣ କରିଥିଲେ। ସେ କହିଥିଲେ ଯେ ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇପାରିବ। ସେ ବିଧାୟକମାନଙ୍କୁ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ଆହ୍ୱାନ ଦେଇଥିଲେ ଏବଂ ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ବିଧାୟକମାନଙ୍କୁ ପରାମର୍ଶ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କର କର୍ତ୍ତବ୍ୟ। ଏହା ସହିତ ସେ ଗୃହର ମର୍ଯ୍ୟାଦା ରକ୍ଷା କରିବାକୁ କହିଥିଲେ। “ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ, କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି।”
ସେ ଖୁସି ବ୍ୟକ୍ତ କରିଥିଲେ ଯେ ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢ଼ିଛି ଏବଂ ଆଜି ଜଣେ ମହିଳା ବାଚସ୍ପତି ଏହି ଗୃହକୁ ପରିଚାଳନା କରୁଛନ୍ତି






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….