Report Card Odisha

| Daily Odia News

ପିଲାମାନେ ମନ ଦେଇ ପାଠ ପଢ଼ିବ:ରାଷ୍ଟ୍ରପତି….

ରିପୋର୍ଟ କାର୍ଡ / ମୟୁରଭଞ୍ଜ

ଓଡ଼ିଶା ଗସ୍ତରେଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଥିଲା । ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ପଢ଼ାର ଆବଶ୍ୟକ। ସମାଜରେ ବଡ଼ ହେବାକୁ ହେଲେ, ନିଜ ନାଁକୁ ବଢ଼ାଇବାକୁ ପଡ଼େ। ଏବେ ପାଠପଢ଼ା ପାଇଁ ବହୁତ ସୁବିଧା ହେଲାଣି, ସହଯୋଗ ମିଳୁଛି। ଏକତ୍ରିତ ହୋଇ ରହିଲେ ସବୁ ସମସ୍ୟାର ସମାଧାନ ମିଳେ। ପିଲା ନ ଆସିଲେ କାରଣ କ’ଣ ବୁଝିବାକୁ ଶିକ୍ଷକ ଯାଆନ୍ତୁ ବୋଲି ଆଜି ରାଷ୍ଟ୍ରପତି ସୁପରାମର୍ଶ ଦେଇଛନ୍ତି। ରାଇରଙ୍ଗପୁରର ଉପରବେଡ଼ା ନିଜ ଗାଁ ମହିଳାମାନଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଛନ୍ତି ରାଷ୍ଟ୍ରପତି। ଏହା ସହ ପ୍ରୋଟକଲ ଭାଙ୍ଗି ମହାମହିମ ସାଧାରଣ ଲୋକଙ୍କୁ ମଧ୍ୟ ଭେଟିଥିଲେ।

Breaking News