ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସକାଳ ୭ ଟାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସମସ୍ତ ୭୦ ଆସନରେ ଭୋଟିଂ ଜାରି ରହିଛି। ତେବେ ଦିଲ୍ଲୀ ନିର୍ବାଚନ ପର୍ବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ପାଖାପାଖି ୮ ଟା ୩୦ ମିନିଟରେ ରାଷ୍ଟ୍ରପତି ଭବନରୁ ବାହାରି ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟ ଭୋଟିଂ କେନ୍ଦ୍ରରେ ପହଞ୍ଚି ସେ ତାଙ୍କର ବହୁ ମୂଲ୍ୟ ମତଦାନ ସାବ୍ୟସ୍ତ କରିଥିଲେ। ପ୍ରାୟ ୧ କୋଟି ୫୬ ଲକ୍ଷ ଭୋଟର ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ସକାଳ ୯ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସେପଟେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୦,୦୦୦ ପୋଲିସ ଓ ୨୨୦ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି।






More Stories
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଭୟଙ୍କର ବିମାନ ଦୁର୍ଘଟଣା,୨୯ ମୃତ…..
ଆଜିଠାରୁ ଜନଗଣନା…..