ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ତାଙ୍କ ବାସଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ। ଆଡଭାନୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ରାଷ୍ଟ୍ରପତି ନିଜେ ତାଙ୍କ ଘରକୁ ଯାଇ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଫେବ୍ରୁଆରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଭାରତ ରତ୍ନ ଦେବା ପାଇଁ ଘୋଷଣା କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତଥା ବିଜେପିର ସଂସ୍ଥାପକ ନାନା ଜୀ ଦେଶମୁଖଙ୍କ ପରେ ଏହି ସମ୍ମାନ ପାଇବାରେ ଆଡଭାନୀ ହେଉଛନ୍ତି ବିଜେପି ଏବଂ ଆରଏସଏସ ସହ ଜଡିତ ତୃତୀୟ ନେତା।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..