ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶାରେ ଆସି ପହଞ୍ଚି ସାରିଛନ୍ତି ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ପୂର୍ବାହ୍ନ ୧୦ଟା୫୦ରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମେତ ବିଭିନ୍ନ ଦଳର ନେତା ତଥା ବରିଷ୍ଠ ଅଧିକାରୀ ପହଞ୍ଚିଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ଭୁବନେଶ୍ୱରରୁ ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଅଭିମୁଖେ ଯାଇଛନ୍ତି ରାଷ୍ଟ୍ରପତି ମୁର୍ମୁ। ରାଷ୍ଟ୍ରପତି ୧୧ଟା୪୦ରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ସେଠାରୁ ଚପରରୁ ଓହ୍ଲାଇବା ପରେ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..