ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତି ଦିନ ପ୍ରାୟ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ମଧ୍ୟାହ୍ନ ଗୋଟାଏ ୫ ମିନିଟରେ ସେ ରାଜଭବନରେ ଭୋଜନ କରିବେ। ଅପରାହ୍ନରେ ରମାଦେବୀ ମହିଳା ବିଶ୍ୱବଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ କମିସନରେଟ ପୋଲିସ କଡାକଡି କରିଛି । ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଓ କଟକ ଗସ୍ତକୁ ଦୃଷ୍ଟିରେ ରଖି ବିମାନବନ୍ଦରରୁ ଆରମ୍ଭ କରି ରାଜଭବନ, ବିଭିନ୍ନ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ବହୁ ପୋଲିସ ଅଧିକାରୀ ତଥା ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ସୁରକ୍ଷା ଲାଗି ‘ବ୍ଲୁ ବୁକ’ ନିୟମ ଅନୁଯାୟୀ ପୋଲିସ ଉପାୟୁକ୍ତ ପ୍ରତୀକ ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୪ଜଣ ଅତିରିକ୍ତ ଉପାୟୁକ୍ତ, ୩୫ଜଣ ଏସିପି, ୪୭ଜଣ ଇନ୍ସପେକ୍ଟର, ୧୮୮ଜଣ ସବ-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର, ୪୦ପ୍ଲାଟୁନ ପୁଲିସ ଫୋର୍ସ ଏବଂ ୫୦ଜଣ ଗୃହରକ୍ଷୀଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି। ବିଭିନ୍ନ ଛକରେ ପୋଲିସ ପକ୍ଷରୁ ଚେକିଂ, ବ୍ଳକିଂ କରାଯାଉଛି। ସହରର ପ୍ରବେଶ ଓ ପ୍ରସ୍ଥାନ ପଥକୁ ସିଲ କରାଯାଇଛି ବୋଲି ଉପାୟୁକ୍ତ ଶ୍ରୀ ସିଂ ସୂଚନା ଦେଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ୧୦ ଓ ୧୧ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାରେ ରହିବେ। ଦେଶର ରାଷ୍ଟ୍ରପତି ହେବା ପରେ ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱ ବିଦ୍ୟାଳୟରେ ପ୍ରଥମ ଥର ପାଦ ଦେବେ । ୧୦ ତାରିଖରେ ରମାଦେବୀ ୨ୟ ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ଦିନ ୪ଟାରେ ଯୋଗଦେବେ। ଏକ ଘଣ୍ଟା ଧରି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ୨୮ ଜଣ ଛାତ୍ରୀଙ୍କୁ ସ୍ବର୍ଣ୍ଣପଦକ ଦେବା ସହ କିଛି ସମୟ ଉଦ୍ବୋଧନ ଦେବେ। ଏହାସହ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସ ସମାରୋହ ପାଳନ ଅବସରରେ ରାଷ୍ଟ୍ରପତି ଯୋଗଦେବା କାର୍ଯ୍ୟକ୍ରମ ରହିଛି। ୧୧ ତାରିଖ ଦିନ ସକାଳେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଦର୍ଶନ କରିବା ସହ କଟକସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..