Report Card Odisha

| Daily Odia News

ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି) ୪୦ତମ ସମାବର୍ତ୍ତନ ଉତ୍ସବ ପାଳନ କରିବାକୁ ଯାଉଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଇଛି। ଏ ସମ୍ବନ୍ଧରେ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ କାର୍ଯ୍ୟାଳୟରୁ ଅନୁମୋଦନ ମିଳିସାରିଥିବାରୁ ଓୟୁଏଟି ପକ୍ଷରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟକୁ ନିମନ୍ତ୍ରଣପତ୍ର ମାଧ୍ୟମରେ ଅନୁରୋଧ କରାଯାଇଛି। ନିମନ୍ତ୍ରଣ ଉପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ଏ ସଂକ୍ରାନ୍ତରେ ଓୟୁଏଟି ପକ୍ଷରୁ ବିଧିବଦ୍ଧ ତାରିଖ ଘୋଷଣା କରାଯିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ ଆସନ୍ତା ଅଗଷ୍ଟ ୨୪ରେ ଓୟୁଏଟି ତା’ର ପ୍ରତିଷ୍ଠା ଉତ୍ସବ ପାଳନ କରିବାକୁ ଯାଉଛି। ଏଥିଲାଗି ବ୍ୟାପକ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି କର୍ତ୍ତୃପକ୍ଷ।

Breaking News