ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏକ୍ସ ଜରିଆରେ ରାଷ୍ଟ୍ରପତି ଶୋକବାର୍ତ୍ତା ଦେଇ ଲେଖିଛନ୍ତି, ‘‘ବରିଷ୍ଠ ନେତ୍ରୀ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ଡକ୍ଟର କମଳା ଦାସଙ୍କ ବିୟୋଗ ସମ୍ବାଦ ପାଇ ମୁଁ ମର୍ମାହତ। ତାଙ୍କ ସୁଦୀର୍ଘ ସାର୍ବଜନୀନ ଜୀବନଯାତ୍ରା ଭିତରେ ସେ ଓଡ଼ିଶା ଓ ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ନିରନ୍ତର କାର୍ଯ୍ୟ କରିଯାଇଛନ୍ତି। ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ତଥା ଅନୁଗାମୀମାନଙ୍କୁ ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି।’’ ସେହିପରି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇ ନିର୍ବାଚନମଣ୍ତଳୀର ପୂର୍ବତନ ବିଧାୟିକା ଡାକ୍ତର କମଳା ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..