Report Card Odisha

| Daily Odia News

ଗାନ୍ଧିଜୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣକଲେ ରାଷ୍ଟ୍ରପତି ,ପ୍ରଧାନମନ୍ତ୍ରୀ …..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୩ତମ ଜୟନ୍ତୀ | ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ମହାତ୍ମା ଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଟୁଇଟର୍‌ରେ ପୋଷ୍ଟ୍‌ କରିଥିବା ଭିଡିଓ ଶ୍ରଦ୍ଧାଞ୍ଜଳିରେ ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି: ଗାନ୍ଧୀ ଜୟନ୍ତୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି। ଭାରତ ‘ସ୍ବାଧୀନତାର ଅମୃତ ମହୋତ୍ସବ’ ପାଳନ କରୁଥିବାରୁ ଏଥର ଗାନ୍ଧୀ ଜୟନ୍ତୀ ବିଶେଷ ଗୁରୁତ୍ବ ବହନ କରୁଛି। ଆମେ ସଦାସର୍ବଦା ଗାନ୍ଧୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେଉଥାଉ। ଶ୍ରଦ୍ଧା ଅର୍ଘ୍ୟ ଅର୍ପଣ କରିବାକୁ ଦିଲ୍ଲୀରେ ଥିବା ଗାନ୍ଧୀଜୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ମୋଦୀ ଜନସାଧରଣଙ୍କୁ ଅନୁରୋଧ କରି କହିଛନ୍ତି କି, ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନପୂର୍ବକ ଖଦୀ ଓ ହସ୍ତଶିଳ୍ପ ସାମଗ୍ରୀ ଖରିଦ କରନ୍ତୁ। ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବହାଦୁର ଶାସ୍ତ୍ରୀ ଙ୍କ ଜନ୍ମ ଜୟନ୍ତୀ | ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସାମାଜିକ ଗଣମାଧ୍ୟମରେ ଶାସ୍ତ୍ରୀଙ୍କୁ ମାନେ ପକାଇଛନ୍ତି |

Breaking News