Report Card Odisha

| Daily Odia News

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୨୩ରୁ ପ୍ରସ୍ତାବିତ ୩ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାଷ୍ଟ୍ରପତି ଭବନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଅବଗତ କରିବା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା । ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଥିଲା । କିନ୍ତୁ ସମ୍ଭାବ୍ୟ ବାତ୍ୟାବେଳେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ସୃଷ୍ଟି ହେବ ଦର୍ଶାଇ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ ରାଷ୍ଟ୍ରପତି ଭବନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସୂଚନା ମିଳିଛି ।

Breaking News