Report Card Odisha

| Daily Odia News

ଜଗନ୍ନାଥଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି | ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ ପ୍ରଫେସନ ଗଣେଶୀ ଲାଲ । ଶ୍ରୀଜିଉଙ୍କ ଦର୍ଶନ ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ସକାଳ ୧୦ଟା ୩୫ ମିନିଟ୍‌ରେ ରାଷ୍ଟ୍ରପତି ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତି କୋବିନ୍ଦଙ୍କ ସୁରକ୍ଷା ପାଇଁ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। କାର୍ଯ୍ୟକ୍ରମଗୁଡିକର ସୁଗମ ଆଚରଣ ନିଶ୍ଚିତ କରିବାକୁ ପ୍ରାୟ ୨୦୦ ପୋଲିସ୍ କର୍ମଚାରୀ ମଧ୍ୟ ନିୟୋଜିତ ହୋଇଛନ୍ତି।

Breaking News