ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ସେହିପରି ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରି ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିବା ସହ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାସହ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି।






More Stories
ଆପ ଅଭିଯୋଗକୁ ରାଘବଙ୍କ ଖଣ୍ଡନ…..
ଇସ୍ରାଏଲକୁ ଉଡ଼ିବନି ଏୟାର ଇଣ୍ଡିଆ ବିମାନ…..
ନିର୍ବାଚନ ସମୟରେ ଭୋଟର ପରିଚୟ ପତ୍ର ଯାଞ୍ଚ କରିବେ ଯବାନ…..