ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। ଆଜିରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍ ଅଲିମ୍ପିକ୍ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍ ଚମ୍ପିଆନ୍ ଡି. ଗୁକେଶଙ୍କ ସମେତ ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି। ପୁରସ୍କାର ବିତରଣ ସମାରୋହରେ କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଧ୍ୟ ଉପସ୍ଥିତ ଥିଲେ। ଜାନୁଆରୀ ପ୍ରଥମ ସପ୍ତାହରେ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଥିଲା। ମନୁ ଓ ଗୁକେଶଙ୍କ ବ୍ୟତୀତ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ ଏବଂ ପାରାଲିମ୍ପିୟନ ପ୍ରବୀଣ କୁମାରଙ୍କୁ ମଧ୍ୟ ଖେଳ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି। ଖେଳ ରତ୍ନ ବ୍ୟତୀତ ୩୪ ଜଣ କ୍ରୀଡ଼ାବିତ୍ଙ୍କୁ ୨୦୨୪ରେ ଖେଳରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି। ଉତ୍ତମ ପ୍ରଶିକ୍ଷଣ ପାଇଁ ପାଞ୍ଚ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..