ରିପୋର୍ଟ କାର୍ଡ / ଗଂଜାମ
ଗଞ୍ଜାମ ଜିଲ୍ଲା ସବୁବେଳେ ଉନ୍ନୟନମୂଳକ କାର୍ଯ୍ୟକରି ଜିଲ୍ଲା ପାଇଁ ଗୌରବ ଆଣୁଛି। ଅନେକ ଜାତୀୟ ପୁରସ୍କାର ପାଇ ସାରା ରାଜ୍ୟରେ ଅଗ୍ରଣୀ ଜିଲ୍ଲା ଭାବରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛି। ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଗଞ୍ଜାମ ଜିଲ୍ଲାକୁ ଏହାର ଶ୍ରେଷ୍ଠ ପାରଦର୍ଶିତା ପାଇଁ ‘ଭୂମି ସମ୍ମାନ’ ପ୍ଲାଟିନାମ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୭୫ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଆଦେଶ ପ୍ରକାରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଠି ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।






More Stories
ଆଜି ସୂର୍ଯ୍ୟୋପରାଗ…..
୮ରେ ସୁଭଦ୍ରା କିସ୍ତି…..
ଆଜିଠୁ ସିବିଏସ୍ଇ ଦଶମ ଓ ଦ୍ବାଦଶ ପରୀକ୍ଷା…..