Report Card Odisha

| Daily Odia News

ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଶୁଭକାମନା। ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। କହିଛନ୍ତି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ।

Breaking News