ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଝାଡଖଣ୍ଡରେ ୩ଦିନିଆ ରାଜ୍ୟ ଶୋକ ଘୋଷଣା କରାଯାଇଛି । ଝାଡଖଣ୍ଡ ସରକାର ଏବ ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ ଦିବଂଗତ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦଙ୍କ ସମ୍ମାନାର୍ଥେ ରାଜ୍ୟ ସରକାରଙ୍କ ପକ୍ଷରୁ ୪ଅଗଷ୍ଟରୁ ୬ଅଗଷ୍ଟ ପର୍ଯ୍ୟନ୍ତ ରାଜ୍ୟ ଶୋକ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଝାଡଖଣ୍ଡର ଯୁଗ୍ମ ସଚିବ ଅଖିଳେଶ କୁମାର ସିହ୍ନା ଏକ ନିର୍ଦ୍ଦେଶ ଜାରି କରିଛନ୍ତ କହିଛନ୍ତି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଦୁଇ ଦିନ ବନ୍ଦ ରହିବ । ଆଜି ଓ ଆସନ୍ତକାଲି ପାଇଁ ସ୍କୁଲ ବନ୍ଦ କରିବାକୁ ଘୋଷଣା କରାଯାଇଛି । ରାଜ୍ୟ ଶୋକ ସମୟରେ, ରାଜ୍ୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଏବଂ କୌଣସି ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ । ଶିବୁ ସୋରେନଙ୍କ ଦେହାନ୍ତ ପରେ ଶେଷ ଦର୍ଶନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହସ୍ପିଟାଲରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହସ୍ପିଟାଲରେ ପହଞ୍ଚିଥିଲେ ବୋଲି ଜଣାପଡ଼ିଛି। ସେ ସେଠାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପରେ ହେମନ୍ତ ସୋରେନ ଭାବପ୍ରବଣ ହୋଇଯାଇଥିଲେ |

କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବରିଷ୍ଠ କଂଗ୍ରେସ ନେତାମାନେ ତାଙ୍କ ପୁଅ ଏବଂ ଝାଡ଼ଖଣ୍ଡର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଭେଟି ଗଭୀର ସମବେଦନା ଜଣାଇଥିଲେ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..