Report Card Odisha

| Daily Odia News

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଓଡ଼ିଶା ତା’ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ। ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି। ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା। ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ, ଏହା ମୋର ଆନ୍ତରିକ କାମନା। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ। ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି। ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି।

Breaking News