Report Card Odisha

| Daily Odia News

ରାଉରକେଲା ସୁପର ସ୍ପେସାଲିଟି ହସ୍ପିଟାଲ ଉଦଘାଟନ କଲେ ରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ରାଉରକେଲା

ଭାରତୀୟ ଇସ୍ପାତ ପ୍ରାଧିକରଣ(ସେଲ) ରାଉରକେଲା ଇସ୍ପାତ କାରଖାନାର ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ସୁପର ସ୍ପେସାଲିଟି ହସ୍ପିଟାଲକୁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଦଘାଟନ କରିଛନ୍ତି । ଲୋକାର୍ପଣ ହେବା ପରେ ରାଷ୍ଟ୍ରପତି ହସ୍ପିଟାଲ ପରିସର ବୁଲି ଦେଖିଥିଲେ । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ, ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ । ୨୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ନିର୍ମାଣରେ ଖର୍ଚ୍ଚ ହୋଇଛି ପ୍ରାୟ ୨୯୫ କୋଟି ଟଙ୍କା । ୪୭୪୨.୬୯ ବର୍ଗ ମିଟର ଜାଗାରେ ସର୍ଭିସ ବ୍ଲକ, କିଚେନ୍‌, ମେଡିକାଲ ଷ୍ଟୋର, ପ୍ରଶାସନିକ ଅଫିସ୍‌, କର୍ମଚାରୀ ଓ ଫ୍ୟାକଲ୍‌ଟି ରୁମ୍‌ ରହିଛି। ଏଥିସହ ୫୨୮୮.୪ ବର୍ଗ ମିଟରର ଅଡିଟୋରିୟମ୍‌, ଏକାଡେମିକ୍‌ ବ୍ଳକ ମଧ୍ୟ ରହିଛି। ଏଥିସହ ହୃଦରୋଗ (କାର୍ଡିଓଲୋଜି), ହୃ୍ଦରୋଗ ଅସ୍ତ୍ରୋପଚାର (କାର୍ଡିଓଲୋଜି-ଥୋରାସିସ୍‌ ସର୍ଜରୀ),ସ୍ନାୟୁଜନିତ ରୋଗ (ନ୍ୟୁରୋଲୋଜି),କୃ୍ତଜନିତ ରୋଗ (ନେଫ୍ରୋଲୋଜି), ସ୍ନାୟୁବିକ ଅସ୍ତ୍ରୋପଚାର ( ନ୍ୟୁରୋ ସର୍ଜରୀ) ବିଭାଗ ରହିଛି। ଏଥିସହ ଏଣ୍ଡୋସ୍‌ସ୍ପୋପି, ପ୍ରାଇଭେଟ୍‌ ୱାର୍ଡ, ୩ ଟେଲ୍‌ସା ଏମ୍‌ଆର୍‌ଆଇ, ସିଟି ସ୍କାନ୍‌, ଲ୍ୟାବ୍‌, ସିଆର୍‌ଆର୍‌ଟି ମେସିନ୍‌ ସମେତ ୫ଟି ଅତ୍ୟାଧୁନିକ ଅପରେସନ୍‌ ଥିଏଟର ରହିଥିବା ନେଇ ସୂଚନା ମିଳିଛି।

Breaking News