ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଅଭିମଖେ ଯାତ୍ରାକରିଛନ୍ତି । ଭୁବନେଶ୍ୱରରୁ ହେଲିକ୍ୟାପ୍ଟର ଯୋଗେ ସେ ପୁରୀ ବାହାରିଛନ୍ତି । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବ, ଡିସିପି ଆଦି ସ୍ୱାଗତ କରିଥିଲେ । ଅପରାହ୍ନ ୩ଟା ୩୫ରେ ପୁରୀ ରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ରାଜଭବନକୁ ଯିବେ । ସେଠାରେ ସେ କିଛି ସମୟ ବିଶ୍ରାମ ନେବାପରେ ଅପରାହ୍ନ ୪.୫୦ରେ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ । ଅପରାହ୍ନ ୫ଟା ୪୫ ପର୍ୟ୍ୟନ୍ତ ସେ ଶ୍ରୀମନ୍ଦିରରେ ରହିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ୬ଟା ଯାଏ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିରରୁ ଫେରିବା ପରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ରାଜଭବନ ଫେରିଯାଇ ସେଠାରେ ରାତ୍ରିଯାପନ କରିବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି ।
More Stories
ତିନି ମାସ ଅପେକ୍ଷା କରିବେ ସରକାର …..
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….
ଭୁବନେଶ୍ୱରରେ ରାଷ୍ଟ୍ରପତି…..