ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଉଦ୍ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତି। ଆଜି ଅପରାହ୍ନରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ସମାପନ ସମାରୋହ ତଥା ପୁରସ୍କାର ପ୍ରଦାନ ଉତ୍ସବରେ ସାମିଲ ହେବେ ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି । ଆଜି ସକାଳ ୧୧ ଟାରେ ସମ୍ମିଳନୀସ୍ଥଳକୁ ବାହାରିବେ। ଉଦ୍ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ। ଏହା ପୂର୍ବରୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ଣ୍ଣାଙ୍ଗ ଅଧିବେଶନରେ ‘ପ୍ରବାସୀ ଭାରତୀୟ ସଂଳାପ: ସଂସ୍କୃତି, ସଂଯୋଗ ଓ ସମ୍ପର୍କର କାହାଣୀ’ ଉପରେ ଆଲୋଚନା ହେବ। ସେହିପରି ଏହି ତିନି ଦିନରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫ଟି ପୂର୍ଣ୍ଣାଙ୍ଗ ଅଧିବେଶନ ହେବ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ରାଷ୍ଟ୍ରପତି ପ୍ରାୟ ୫ ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦିର ଅଭିମୁଖେ ବାହାରିବେ। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋାଦୀ ଗୁରୁବାର ପୂର୍ବାହ୍ଣରେ ପ୍ରଥମ ଥର ପାଇଁ ପୂର୍ବ ଭାରତୀୟ ରାଜ୍ୟ ‘ଓଡ଼ିଶା’ରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……