ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏହି ବୈଠକଟି ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ କରାଯାଇଛି। ବୈଠକରେ ପୁରୀ ଜିଲାପାଳ,ପୁରୀ ଆରକ୍ଷୀ ଆଧୀକ୍ଷକ, ଛତିଶା ନିଯୋଗ ସେବାୟତ ପ୍ରତିନିଧିମାନେ ଯୋଗ ଦେଇଥିଲେ। ମହାପ୍ରଭୁଙ୍କୁ ନୀତିକାନ୍ତି ଶୃଙ୍ଖଳିତ କରାଯିବ ନେଇ ବୈଠକରେ ଆଲୋଚନା ହୋଇଥିଲା। ଆସନ୍ତାମାସ ଫେବୃଆରୀ ୨ରୁ ୬ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗ୍ରସ୍ତ ସମୟରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିବା ନେଇ କାର୍ଯ୍ୟସୂଚୀ ରହିଛି। ଓଡ଼ିଶା ଗସ୍ତରେ ସମୟରେ ରାଷ୍ଟ୍ରପତି ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..