Report Card Odisha

| Daily Odia News

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ନେଇ ପୋଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ସେହି ଦିନ ସନ୍ଧ୍ୟାରେ ଜୟଦେବ ଭବନରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ରଥଯାତ୍ରାରେ ଯୋଗଦେବା ସହ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ସେ। ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ବୁଲିବା ସହ ଅନ୍ଧାରୁଆରେ ବ୍ରହ୍ମକୁମାରୀ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ତେଣେ ୯ ତାରିଖରେ ଜଟଣୀ ନାଇଜରରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଉଥିବା ନେଇ ପୋଲିସ କମିସନର ସୂଚନା ଦେଇଛନ୍ତି। ରୁଟ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ବ‌ୋଲି କହିଛନ୍ତି ପୋଲିସ କମିସନର।

Breaking News