ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମେ ନିଜ ଜନ୍ମମାଟି ମୟୁରଭଞ୍ଜ ଗସ୍ତ କରି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଖୋର୍ଦ୍ଧା, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନ ୨ଟା ୩୦ସମୟରେ ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟପ୍ରତି । ୨ଟା ୪୦ରୁ ୩ଟା ୪୫ ପର୍ଯ୍ୟନ୍ତ ରାଷ୍ଟ୍ରପତି ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତ୍ତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ଦ୍ରୌପଦୀ ମୁର୍ମୁ । ରାତିରେ ମହୁଲଡିହା ସ୍ଥିତ ନିଜ ବାସଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କେନ୍ଦୁଝର ଏବଂ ଭୁବନେଶ୍ବର ଭଳି ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..