ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି | ଲିଙ୍ଗରାଜ ଦର୍ଶନ ପରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦର ଯାଇ ସେଠାରୁ ହେଲିକପ୍ଟର ଯୋଗେ କଟକ ଯିବେ। କଟକ ବିଦ୍ୟାଧରପୁରସ୍ଥିତ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ୍ ରାଇସ୍ କଂଗ୍ରେସରେ ଯୋଗ ଦେବେ ରାଷ୍ଟ୍ରପତି। ସେଠାରେ କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱର ବିମାନବନ୍ଦର ଆସି ପୁଣି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତି ଙ୍କ କଟକ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ଏକ କାରକେଡ୍ ରିହଲସଲ କରାଯିବା ସହ ପୋଲିସ ବ୍ରିଫିଂ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୨୦ ପ୍ଲାଟୁନ ଫୋର୍ସ ସହ ଦେଢ ଶହ ଅଫିସର ମୁତୟନ ରହିଛନ୍ତି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….