ରିପୋର୍ଟ କାର୍ଡ / ପୁରୀ
ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଶ୍ୱ ବୈଷ୍ଣବ ସମ୍ମିଳନୀ ଉଦ୍ଘାଟନ କରିବେ । ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ ଭକ୍ତିଅର୍ଘ୍ୟ ପ୍ରଦାନ କରିବା ସହ ଶରଧାବାଲିରେ ଅନୁଷ୍ଠିତ ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସକାଳ ସାଢ଼େ ଦଶଟା ବେଳେ ରାଷ୍ଟ୍ରପତି ପୁରୀ ରାଜଭବନରୁ ବାହାରି ବଡ଼ଦାଣ୍ଡସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠରେ ପହଞ୍ଚିବେ । ମଠ ଆରଧ୍ୟା ଦେବତାଙ୍କୁ ଆଳତି ଓ ପୁଷ୍ପାଞ୍ଜଳି ପର୍ବରେ ରାଷ୍ଟ୍ରପତି ସାମିଲ ହେବ। ସେଠାରୁ ୧୦ଟା୫୦ରେ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀର ଉଦ୍ଘାଟନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ପରେ ରାଷ୍ଟ୍ରପତି ଶରଧାବାଲିରୁ ପୁରୀ ହେଲିପ୍ୟାଡ୍ ଅଭିମୁଖେ ଦିନ ୧୨ଟା ୧୫ରେ ବାହାରିବେ। ୧୨ଟା ୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ୧୨ଟା ୫୫ରେ ସ୍ୱତନ୍ତ୍ର ବିମାନରେ ବିଶାଖାପାଟଣା ଯିବେ। ଗସ୍ତ ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।
More Stories
କମିଲା ସୁନା ଦାମ୍…..
ଇସ୍ତଫା ଦେବେ ମହମ୍ମଦ ୟୁନୁସ୍ !…..
ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍….