ରିପୋର୍ଟ କାର୍ଡ / ନୂଆପଡା
ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ମଙ୍ଗଳବାର ସସ୍ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।ସେହିପରି ସକାଳେ ମତଦାନ ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସସ୍ପେଣ୍ଡ୍ କରାଯାଇଥିଲା। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି। କୁଳିଆବନ୍ଧ ୩୬ ନଂ ବୁଥର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ସସ୍ପେଣ୍ଡ୍ କରାଯାଇଛି। ସସ୍ପେଣ୍ଡ୍ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ। ମତଦାନବେଳେ ଗୋପନୀୟତା ଉଲ୍ଲଂଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରୁଛୁ। ଲୋକଙ୍କ ନିକଟରୁ ଏଯାବତ୍ କୌଣସି ଅଭିଯୋଗ ଆସିନି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..