ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ । ଏବେ ଖୋଲିବନି ପ୍ରାଥମିକ ଶ୍ରେଣୀ । ସାମୟିକ ଭାବେ ଏହି ନିଷ୍ପତ୍ତିକୁ ବିଭାଗ ପକ୍ଷରୁ ସ୍ଥଗିତ ରଖାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସରକାରଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଆସନ୍ତାକାଲି ଅର୍ଥାତ ସୋମବାର ଠାରୁ ଖୋଲିଥା’ନ୍ତା ପ୍ରାଥମିକ ସ୍କୁଲ୍। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲା ଶ୍ରେଣୀଗୃହରେ ପାଠ ପଢ଼ିଥାନ୍ତେ | କିନ୍ତୁ ଆଜି ଏହି ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ଖବର ଅନୁଯାୟୀ ଏବେକାର କରୋନା ସଂକ୍ରମଣ ସ୍ଥିତି ଓ ଓମିକ୍ରନ୍କୁ ଦୃଷ୍ଟିରେ ରଖି ନିଷ୍ପତ୍ତି ବଦଳାଇଛି ବିଭାଗ । ତେଣୁ ଆସନ୍ତାକାଲି ଠାରୁ ଖୋଲିବାକୁ ଥିବା ପ୍ରାଥମିକ ଶ୍ରେଣୀର ନିଷ୍ପତ୍ତି ଉପରେ ରୋକ ଲାଗିଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ଉପରେ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି । ଯଦି ଦେଖିବା ୨ ମାସ ପରେ ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି | ରାଜ୍ୟରେ ଆଜି ୪୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……