Report Card Odisha

| Daily Odia News

ଡିଜିପି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

୨୯ ତାରିଖରୁ ୩ ଦିନ ଧରି ଚାଲିବାକୁ ଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ , ଜାତୀୟ ସୁରକ୍ଷା ପରାମର୍ଶଦାତା ଯୋଗଦେବେ । ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଡିଜିପିମାନେ ବି ଯୋଗଦେବେ । ଏହା ସହ ବିଭିନ୍ନ ସୁରକ୍ଷା ବିଭାଗର ମୁଖ୍ୟ ଏହି ସମ୍ମିଳନୀରେ ଯୋଗଦେବେ । ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ୱାଇ. ବି.ଖୁରାନିଆ। ସେ କହିଛନ୍ତି, ଜାତୀୟ ସ୍ତରରେ ଥିବା ସୁରକ୍ଷା ଜନିତ ସମସ୍ୟା ସମ୍ପର୍କରେ ଏଥିରେ ଆଲୋଚନା କରାଯିବ । ରାଜ୍ୟର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ । ପ୍ରଥମ ଦିନ ଗୃହମନ୍ତ୍ରୀ ଅସିତ ଶାହ ଏହି ସମ୍ମିଳନୀକୁ ଉଦଘାଟନ କରିବେ। ଦ୍ୱିତୀୟ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀରେ ଯୋଗଦେବାର ସମ୍ଭାବନା ରହିଛି । ସରକାରଙ୍କ ବିଭିନ୍ନ ଏଜେଣ୍ଡା ସମ୍ପର୍କରେ ସେଠାରେ ଆଲୋଚନା ହେବ । ଏଥିପାଇଁ ଅତିଥି ରହିବା ସ୍ଥାନ, ମିଟିଂ ସ୍ଥାନରେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଓଡ଼ିଶା ପୋଲିସ ପକ୍ଷରୁ ସମସ୍ତ ସୁରକ୍ଷା ସମ୍ପର୍କିତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Breaking News