ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାର ନାଲଖେଡାରେ ମା’ ବଗଳାମୁଖୀ ମନ୍ଦିର ନିକଟରେ ବର୍ଷା ଯୋଗୁଁଁ ଏକ କାର ନଦୀରେ ଭାସିଯିବାରୁ ଆଠ ଜଣଙ୍କର ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ଆଗର ମାଲୱାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ଜଣାଉଛି।






More Stories
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..
ରାଜଧାନୀରେ ନାବାଳିକା କୁ ଦୁଷ୍କର୍ମ ପରେ ହତ୍ୟା…..