Report Card Odisha

| Daily Odia News

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ !….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ବି‌ଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଣ୍ରୁତି ପୂରଣ କରାଯାଇଛି। ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା। ସୂଚନାଯୋଗ୍ୟ, ଗତବର୍ଷ ଜୁନ୍ ୧୨ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାର ପ୍ରତିଷ୍ଠା ହୋଇଥିଲା।

Breaking News