Report Card Odisha

| Daily Odia News

ଉତ୍କଳ ଦିବସରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଆଜିର ଦିନରେ ଏକ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବରେ ଘୋଷିତ ହୋଇଥିଲା ଓଡ଼ିଶା। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଏବଂ ଶୁଭକାମନା ଜଣାଇଛନ୍ତି। ରାଷ୍ଟ୍ରପତି ଟ୍ୱିଟ କରି ଲେଖିଛନ୍ତିକି- ଉତ୍କଳ ଦିବସରେ ସମସ୍ତଙ୍କୁ ବିଶେଷ କରି ଓଡିଶାର ଜନସାଧାରଣଙ୍କୁ ଅଭିନନ୍ଦନ | ସଭୱଫଂକତକଂ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି ଭୂମିର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତ କଳା ଏ ନୃତ୍ୟ ପାଇଁ ଏ ଦେଶ ଗର୍ବିତ | ଓଡ଼ିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭକାମନା ଜଣାଇଛନ୍ତି | ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍କଳ ଦିବସର ପବିତ୍ର ଅବସରରେ ଶୁଭକାମନା । ଓଡ଼ିଶାର ବିଶେଷ ସଂସ୍କୃତିକୁ ମୋର ସମ୍ମାନ । ଦେଶର ପ୍ରଗତି ପାଇଁ ଓଡ଼ିଶାର ଜନସାଧାରଣଙ୍କ ଅବଦାନ ଅତୁଳନୀୟ । ରାଜ୍ୟର ଜନସାଧାରଣଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି ବୋଲି ଲେଖି ଟ୍ୱିଟ କରିଛନ୍ତି ।

Breaking News