ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଖୁବଶୀଘ୍ର ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ଚୂଡ଼ାନ୍ତ ତାରିଖ ନିର୍ଦ୍ଧାରଣ ହେବ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମରେ ଗତକାଲି ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ପରେ ଚଣ୍ଡିଖୋଲରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀରୁ ଫେରି ଏହି ସୂଚନା ଦେବା ସହ ମନମୋହନ ଆହୁରି କହିଛନ୍ତି, ଘରେ ଘରେ ମୋଦିଙ୍କ ଗ୍ୟାରେଣ୍ଟି ପହଞ୍ଚିବା ସହ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ଦଳୀୟ କର୍ମୀ ଲୋକଙ୍କୁ ଅବଗତ କରାଯିବ। ଆସନ୍ତା ୨୨ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହିଦିନ ନବରଙ୍ଗପୁର, ଗଂଜାମ ଓ ବାରିପଦାରେ ଦଳୀୟ କାର୍ଯ୍ୟକ୍ରମରେ ରାଜନାଥ ସିଂହ ଯୋଗଦେବେ। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଓଡ଼ିଶା ଆସି ଯାଇଛନ୍ତି। ଅନ୍ୟବରିଷ୍ଠ ନେତାମାନେ ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହା ସୂଚି ଦୁଇରୁ ତିନି ଭିତରେ ବାହାରି ଯିବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..