ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଅର୍ଥାତ ଫେବ୍ରୁଆରି ୧ରୁ ୩ ତାରିଖ ପର୍ଯ୍ୟନ୍ତ ପଦୋନ୍ନତି ଅଦାଲତ ଆୟୋଜନ ହେଉଛି । ୨୦୨୨ ଡିସେମ୍ବର ୩୧ ତାରିଖ ସୁଦ୍ଧା ଯେଉଁ ସରକାରୀ କର୍ମଚାରୀମାନେ ପଦୋନ୍ନତି ପାଇପାରିଥାନ୍ତେ କିନ୍ତୁ ପାଇନାହାନ୍ତି ସେସବୁ ପଦୋନ୍ନତି ପ୍ରସଙ୍ଗଗୁଡ଼ିକ ପଦୋନ୍ନତି ଅଦାଲତରେ ବିଚାରକୁ ନିଆଯିବ। ଇ-ମେଲ୍ ଜରିଆରେ ସମୁଦାୟ ୧୩୨୬ଟି ଆବେଦନପତ୍ର ଗ୍ରହଣ କରାଯାଇଛି। ସେଥିରୁ gadmin.or@nic.in ଜରିଆରେ ମିଳିଥିବା ୬୭୧ଟି ଆବେଦନପତ୍ର ଓ ପଦୋନ୍ନତି ଅଦଲାତ ପୋର୍ଟାଲ http://promotion.hrmsodisha.gov.in ଜରିଆରେ ମିଳିଥିବା ୬୫୫ଟି ଆବେଦନପତ୍ରକୁ ପଦୋନ୍ନତି ଅଦାଲତରେ ଉପସ୍ଥାପନ କରାଯିବ। ଆବେଦନକାରୀମାନଙ୍କୁ ପ୍ରାପ୍ତିସ୍ବୀକାର ପଠାଇ ଦିଆଯାଇଛି। ଇ-ମେଲ ବା ପଦୋନ୍ନତି ଅଦାଲତ ପୋର୍ଟାଲରେ ଉପଲବ୍ଧ ପ୍ରାପ୍ତିସ୍ବୀକାରର ଗୋଟିଏ ଫଟୋ କପି ଆଣିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦିଆଯାଇଛି। ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେଉଥିବା ସ୍ଥାନଗୁଡ଼ିକୁ କେବଳ ଆବେଦନକାରୀମାନେ ପ୍ରବେଶ କରିପାରିବେ। ପଦୋନ୍ନତି ଅଦାଲତଗୁଡ଼ିକର ବିସ୍ତୃତ କାର୍ଯ୍ୟସୂଚୀ ସାଧାରଣ ପ୍ରଶାସନ ଓ ପେନ୍ସନ ଅଭିଯୋଗ ବିଭାଗର ୱେବସାଇଟରୁ ମିଳିପାରିବ। ପଦୋନ୍ନତି ଅଦାଲତର ଅଧିକାରୀ, ସ୍ଥାନ, ବିଭାଗ, ତାରିଖ ଓ ସମୟ ନିର୍ଘଣ୍ଟ ଆଦି ସ୍ଥିରୀକୃତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଫେବ୍ରୁ୍ଆରି ୧ ତାରିଖ ସକାଳ ୧୦ଟାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଅପରାହ୍ଣ ୩ଟାରେ ଯୋଜନା ଓ ସଂଯୋଜନ ବିଭାଗ, ଫେବ୍ରୁଆରି ୨ତାରିଖ ସକାଳ ୧୦ଟାରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ଅପରାହ୍ଣ ୩ଟାରେ ଇସ୍ପାତ ଓ ଖଣି ବିଭାଗ, ଫେବ୍ରୁଆରି ୩ ତାରିଖ ସକାଳେ ଜଙ୍ଗଲ ଓ ପରିବେଶ ବିଭାଗର ଆବେଦନଗୁଡ଼ିକର ବିଚାର ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ବ ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଫେବ୍ରୁଆରି ୧ତାରିଖ ସକାଳ ୧୦ଟାରେ ଉଚ୍ଚଶିକ୍ଷା ବିଭାଗ, ଅପରାହ୍ଣ ୩ଟାରେ ବିଜ୍ଞାନ ଓ ବୈଷୟିକ ବିଭାଗ, ଫେବ୍ରୁଆରି ୨ତାରିଖ ସକାଳ ୧୦ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ୩ଟାରେ ସାଧାରଣ ଉଦ୍ୟୋଗ ବିଭାଗ, ଫେବ୍ରୁଆରି ୩ ତାରିଖ ସକାଳ ୧୦ଟାରେ କ୍ରୀଡ଼ା ଓ ଯୁବସେବା ବିଭାଗ, ଅପରାହ୍ଣ ୩ଟାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗରୁ ମିଳିଥିବା ଆବେଦନଗୁଡ଼ିକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ସୁନ୍ଦରାୟଙ୍କ ଅଦାଲତରେ ବିଚାର କରାଯିବ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….