ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍ ହୋଇଯିବ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ଏନେଇ ପ୍ରେସମିଟ୍ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଚେତାବନୀ ଦେଇଛି। ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ। ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରି ଏହି ଚେତାବନୀ ଦେଇଛି ମହାସଂଘ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..