ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲା କଂଗ୍ରେସ | କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ ବାହାରି ଲୋୟର ପିଏମଜିରେ ପହଞ୍ଚିଥିଲେ। ପରେ ସେମାନେ ଲୋକସଭା ଭବନ ଆଡକୁ ଯିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଏହି ସମୟରେ ପୋଲିସ ଓ କଗ୍ରେଂସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟିଥିଲା ଲୋୟର ପିଏମଜି। ପୋଲିସ କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇ ଅଟକ ରଖିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..