ରିପୋର୍ଟ କାର୍ଡ / କଟକ
ଜଗତସିଂହପୁର ଜିଲ୍ଲାରେ ପ୍ରସ୍ତାବିତ ଜେଏସଡବ୍ଲୁ ପ୍ରକଳ୍ପକୁ ଫରେଷ୍ଟ କ୍ଲିୟରାନ୍ସ ପ୍ରସଂଗକୁ ବିରୋଧ କରି ଦାୟର ମାମଲାରେ ହାଇକୋର୍ଟ ଜବାବ ତଲବ କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିବା ସହିତ ଚାରି ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ସରକାରଙ୍କ ଜବାବ ଉପରେ ଆବେଦନକାରୀ ପ୍ରତିଜବାବ ଦାଖଲ କରି ପାରିବେ ବୋଲି ହାଇକୋର୍ଟ କହିଛନ୍ତି। ମେ ୯କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଥିବା ସୂଚନା ମିଳିଛି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ବାସୁଦେବ ଖଣ୍ଡୱାଲ ଓ ଅନ୍ୟମାନଙ୍କ ତରଫରୁ ଦାୟର ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ, ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ, ଜଗତସିଂହପୁର ଜିଲ୍ଲାପାଳ ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….