Report Card Odisha

| Daily Odia News

ଗଡ଼ିଲା ନନ୍ଦିଘୋଷ ରଥ…..

ରିପୋର୍ଟ କାର୍ଡ / ପୁରୀ

ବହୁ ବର୍ଷର ବ୍ୟବଧାନ ପରେ ରଥଯାତ୍ରାରେ ବଡ଼ଶଙ୍ଖ ଠାରେ ଅଟକିଲା ନନ୍ଦିଘୋଷ ରଥ | ଏହା ସହିତ ଦେବଦଳନ ରଥ ମଧ୍ୟ ଅଟକିରହିଥିଲା | ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥ ଟଣାଆରମ୍ଭ ହୋଇଛି। ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହେଉଛି। ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ। ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ବଡ଼ଶଙ୍ଖ ଠାରେ ଅଟକି ଥିବା ବେଳେ ଆଜି ପୁଣି ଥରେ ଆରମ୍ଭ ହୋଇଛି ରଥଟଣା। ସେହିପରି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମାଉସୀ ମାଆ ଛକରେ ଅଟକି ରହିଥିଲା। ଆଜି ତିନି ରଥ ଶରଧାବାଲିରେ ଲାଗିବା ପରେ ଭକ୍ତମାନେ ରଥଉପରେ ହିଁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରାବର ଦିନ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇପାରିବେ।

Breaking News