ରିପୋର୍ଟ କାର୍ଡ / ଭୁବନେଶ୍ବର
ପୁଣିଥରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟରେ ପ୍ରଶାନ୍ତ ପୁଣି ଆଗୁଆ ଜାମିନ ଆବେଦନ କରିଥିବା ସୂଚନା ମିଳୁଛି । ଗତ ୫ ତାରିଖରେ ମଧ୍ୟ ଶ୍ରୀ ଜଗଦ୍ଦେବ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। କିନ୍ତୁ ହାଇକୋର୍ଟ ପ୍ରଶାନ୍ତଙ୍କ ଜାମିନ ଆବେଦନକୁ ଖାରଜ କରି, ତଳ କୋର୍ଟକୁ ଯିବା ପାଇଁ ପରାମର୍ଶ ଦେଇଥିଲେ। ହେଲେ ଗତ ୮ ତାରିଖରେ ଖୋର୍ଦ୍ଧା ଏଡିଜେ କୋର୍ଟ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଦେଇଥିଲେ। କିନ୍ତୁ ଜେଲ ପରିସରରେ ବିଧାୟକଙ୍କ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ପୁଣିଥରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି ଚିଲିକା ବିଧାୟକ। ଉଲ୍ଲେଖ ଯୋଗ୍ୟ ଯେ, ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ଆକ୍ରମଣ ଘଟଣାରେ ବିଧାୟକଙ୍କ ବିରୋଧରେ ମାମଲା ରୁଜ୍ଜୁ ହୋଇଥିଲା। ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ସଙ୍ଗୀନ ଦଫା ଲାଗିଥିଲା। ବିଧାୟକଙ୍କୁ ଗିରଫ ଦାବି କରି ବିଜେପି ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଏହି ଘଟଣାରେ ବିଜେପି ପକ୍ଷରୁ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷଙ୍କ କାର୍ଯ୍ଯାଳୟ ସମ୍ମୁଖରେ ମଧ୍ୟ ବିକ୍ଷୋଭ କରାଯାଇଥିଲା।
More Stories
ଭିଜିଲାନ୍ସ ଜାଲରେ ଏଏସଆଇ……
ମାସକୁ ଅଢେଇ ଲକ୍ଷ ପାଇବେ ବିଧାୟକ!…..
ଭତ୍ତା ବଢାଇଲେ ମୋହନ ସରକାର…..