ରିପୋର୍ଟ କାର୍ଡ / ବାଲିଅନ୍ତା ( ନିରଞ୍ଜନ ସେନାପତି )
ବାଲିଅନ୍ତା ତହସିଲ ଅଧୀନ ପୂରଣ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବୁଧବାର ଦିନ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବାଲିଅନ୍ତା ତହସିଲଦାର ସରୋଜ କୁମାର ପଣ୍ଡା ଓ ରେଞ୍ଜର ଜୟକୃଷ୍ଣ ଯଦୁମଣି ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କରିଥିଲେ । ଏହି ପରିପ୍ରେକ୍ଷୀରେ ତହସିଲଦାର ତହସିଲ କାର୍ଯ୍ୟାଳୟ ପରିସର ସମେତ ଅନ୍ୟ ସବୁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସର ସଂରକ୍ଷିତ ଜମିରେ ଚାରାରୋପଣ କରି ସବୁଜ ବଳୟ ସୃଷ୍ଟି କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବା ଉପରେ ଗୁରୁତ୍ବାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରକୃତିବନ୍ଧୁ ନିରଞ୍ଜନ ସେନାପତି ଓ ଦୀନବନ୍ଧୁ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତ ସାମ୍ବାଦିକ
ବନ୍ଧୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..