Report Card Odisha

| Daily Odia News

ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ପରଲୋକ…..

ରିପୋର୍ଟ କାର୍ଡ / ବାଲେଶ୍ଵର

ସୋମବାର ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବର ଆମ୍ରି ହସ୍‌ପିଟାଲରେ ସନ୍ଧ୍ୟା ୭.୨୦ରେ ୭୬ ବର୍ଷ ବୟସରେ ଅରୁଣ ଦେ’ଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ପରଲୋକ ନେଇ ଆମ୍ରି ହସ୍‌ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ଅରୁଣ ନିର୍ବାଚିତ ହୋଇଥିଲେ। ୩ଥର ଏନସିପିରୁ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ସେ ଜିତିଥିଲେ। ସେ ଓଡ଼ିଶା ରାଜନୀତିରେ ପ୍ରଥମେ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଅରୁଣ ୧୯୭୧ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗ ଦେଇଥିଲେ ଏବଂ ୧୯୯୪ ମସିହାଯାଏଁ ସେ ଏହି ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଅରୁଣ ଓଡ଼ିଶା ବିଧାନ ସଭାରେ ୫ଥର ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଅରୁଣ ସିପିଆଇର ପ୍ରାର୍ଥୀ ଭାବରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହାଯାଏଁ କାର୍ଯ୍ୟ କରିଥିଲେ । ଏହାପରେ ପୁନର୍ବାର ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୯୮୦, ୧୯୯୦ ମସିହାରେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

Breaking News