Report Card Odisha

| Daily Odia News

୧୫ ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ହେବ…….

ରିପୋର୍ଟ କାର୍ଡ / ଭୁବନେଶ୍ବର

ନବୀନ ଓଡ଼ିଶା ଓ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଆଜି ଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ।ପୁନରୁଦ୍ଧାର ସମୟରେ ମଠଗୁଡ଼ିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାରମାନଙ୍କ ସହଯୋଗରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଲାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ କରିଛନ୍ତି । ଏତଦବ୍ୟତୀତ ମେଘନାଦ ପାଚେରି ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରାଯିବ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ସ୍ଥାନୀୟ ଲୋକ ତଥା ସେବାୟତମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡ଼ିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ସାମଗ୍ରୀଗୁଡ଼ିକର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ। ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀ ସେତୁ କାମର ଅଗ୍ରଗତି ମଧ୍ୟ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଦେଇଛନ୍ତି ।

Breaking News