ରିପୋର୍ଟ କାର୍ଡ / ପୁରୀ
ଆଜି ପଞ୍ଚୁକର ଦ୍ୱିତୀୟ ଦିନ। ଭକ୍ତଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଗତକାଲି ପ୍ରଥମ ଦିନରେ ଭକ୍ତଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ହୋଇଥିଲେ । ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ। ପୂର୍ବରୁ ଦର୍ଶନରେ ଭକ୍ତ ଅସନ୍ତୁସ ବ୍ୟକ୍ତ କରିବା ପରେ ପ୍ରଶାସନ ପକ୍ଷରୁ ଦର୍ଶନ ବ୍ୟବସ୍ଥାରେ ସୁଧାର କରାଯାଇଛି | ସେହିପରି ଆଜି ବାବା ଧବଳେଶ୍ୱର ଗଙ୍ଗାଧର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।। ପଞ୍ଚୁକରେ ଧବଳେଶ୍ୱରଙ୍କ ଦର୍ଶନ ଲାଗି ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଭିଡ଼ ଲଗାଇଛନ୍ତି। ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଇଥିଲେ। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଆସନ୍ତାକାଲି ବଡ଼ଓଷାରେ ବଡ଼ସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।






More Stories
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
୨୭ରୁ ପୁଣି ବଡ଼ ବର୍ଷା…..