ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶ୍ରୀମନ୍ଦିରର ସୁରକ୍ଷା ପାଇଁ ଗଠନ ହେବ ସ୍ବତନ୍ତ୍ର ବାଟାଲିୟନ। ଏହି ସ୍ବତନ୍ତ୍ର ବାଟାଲିୟନ ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ କରିବ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବାକୁ ଥିବା ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନରେ ୧୧୯୦ଜଣ ସୁରକ୍ଷାକର୍ମୀ ରହିବେ। ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ସହିତ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଦାୟିତ୍ବ ମଧ୍ୟ ନେବ ସ୍ବତନ୍ତ୍ର ବାଟାଲିୟନ। ସ୍ବତନ୍ତ୍ର ବାଟାଲିୟନ ପୁରୀ ଏସପିଙ୍କ ଅଧୀନରେ କାର୍ଯ୍ୟ କରିବ। ଏହା ଶ୍ରୀମନ୍ଦିର ସୁରକ୍ଷା ବାହିନୀ ଭାବେ ନାମିତ ହେବ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପୁରୀକୁ ଜନସମାଗମ ବଢ଼ିବ। ଏବେ ଦୈନିକ ପୁରୀକୁ ୫୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଆସୁଛନ୍ତି । ଛୁଟି ଦିନରେ ଶ୍ରଦ୍ଧାଳୁଙ୍କ ଭିଡ଼ ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..