ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା’ ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ। ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ, ଏହାସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ଆଲୋଚନା କରାଯିବ। ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….