Report Card Odisha

| Daily Odia News

ପୁରୀ ରେଲୱେର ଭୁଶୁଡ଼ିଲା ନିର୍ମାଣାଧୀନ ଛାତ…..

ରିପୋର୍ଟ କାର୍ଡ / ପୁରୀ

ପୁରୀ ରେଲୱେ ଷ୍ଟେସନରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ପଡିଛି | ଏଥିରେ ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିଛି ଶ୍ରମିକ ଫସିରହିଥିବା ଅନୁମାନ କରାଯାଉଛି। ଆଜି ପୁରୀ ରେଲୱେ ଷ୍ଟେସନରେ ନବନିର୍ମିତ କୋଠାର ଛାତ ପଡ଼ୁଥିଲା। ୬ରୁ ୭ ଜଣ ଶ୍ରମିକ ଏହି କାମରେ ନିୟୋଜିତ ଥିଲେ। ହଠାତ୍ ଛାତଟି ଭୁଶୁଡ଼ି ପଡ଼ିବାରୁ ଶ୍ରମିକମାନେ ତା’ତଳେ ଚାପି ହୋଇ ରହିଯାଇଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ୪ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟ ଶ୍ରମିକମାନେ ଚାପି ହୋଇରହିଥିବା ଆଶଙ୍କା କରାଯାଉଛି। ଅଗ୍ନିଶମ କର୍ମଚାରୀ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ଜେସିବି ମେସିନ ଦ୍ୱାରା ଲୁହା ରଡକୁ ଉଠାଯାଉଛି। ତେବେ କେଉଁ ପରିସ୍ଥିତିରେ ଛାତ ଭୁଶୁଡ଼ିଲା କାରଣ ଜଣାପଡ଼ିନାହିଁ। ଦୁର୍ଘଟଣା ପରେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ପୁରୀ ଉପଜିଲ୍ଲାପାଳ।

Breaking News