ରିପୋର୍ଟ କାର୍ଡ / ପୁରୀ
ପୁରୀ ଜିଲ୍ଲାର ଚାଷୀମାନଙ୍କୁ ମିଳିବ କାଳିଆ ଟଙ୍କା | ଚାଷୀମାନଙ୍କ ପାଇଁ ୩୩ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧ ଲକ୍ଷ ୬୫ ହଜାର ଚାଷୀ ଉପକୃତ ହେବେ । ସିଧାସଳଖ ଚାଷୀଙ୍କ ଆକାଉଣ୍ଟରେ ଜମା ହେବ ୨ ହଜାର ଲେଖାଏଁ ଟଙ୍କା । ସେପ୍ଟେମ୍ବରରେ ପୁରୀକୁ ଛାଡ଼ି ସାରା ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ମିଳିଥିଲା । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀଙ୍କୁ ସହାୟତା ମିଳିନଥିଲା । ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି ।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..