ରିପୋର୍ଟ କାର୍ଡ / ପୁରୀ
ଆଜି ବସିବ ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଖବର ଅନୁଯାୟୀ, ଆସନ୍ତା ୧୩ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ ଜୁଲାଇ ୧ରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ତେବେ ଏହା ପୂର୍ବରୁ ଶ୍ରୀମନ୍ଦିରରେ ଦଇତା ପ୍ରବେଶ, ସ୍ନାନପୂର୍ଣ୍ଣିମା, ନବଯୌବନ ଦର୍ଶନ, ରଥଯାତ୍ରା, ହେରାପଞ୍ଚମୀ, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେ ପ୍ରମୁଖ ଯାନିଯାତ୍ରାର ନୀତି ନିର୍ଘଣ୍ଟର ଅନୁମୋଦନ କରାଯିବ। ଏଥିସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନେଇ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ମିଳିବା ପରେ ଖୁବଶୀଘ୍ର କିଭଳି କାର୍ଯ୍ୟ ଶେଷ ହେବ ସେନେଇ ମଧ୍ୟ ଆଲୋଚନା ହେବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ପରିଚାଳନା କମିଟି ସଦସ୍ୟଙ୍କ ସହ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିବେ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….