Report Card Odisha

| Daily Odia News

ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ଚୈତ୍ର କୃଷ୍ଣ ଚତୁର୍ଦଶୀ ତିଥି | ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ଖସାପଡ଼ା ଲାଗି କରାଯିବା ପରମ୍ପରା ରହିଛି। ଏହି ନୀତି ଶେଷ ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଏହାଛଡ଼ା ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ବଡ଼ ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ର ପହୁଡ଼ ଅନୁଷ୍ଠିତ ହେବ।

Breaking News