Report Card Odisha

| Daily Odia News

ଶ୍ରୀଜିଉଙ୍କର ସାଢେ ୩ ଘଣ୍ଟା ଦର୍ଶନ ବନ୍ଦ….

ରିପୋର୍ଟ କାର୍ଡ / ପୁରୀ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ। ଠାକୁରଙ୍କୁ ମଇଲମ କରାଯିବା ସହ ପହୁଡ ଆଳତି କରାଯିବ। ବନକଲାଗି ନୀତି ସରିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ। ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଲୋକ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ।

Breaking News