Report Card Odisha

| Daily Odia News

ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ……

ରିପୋର୍ଟ କାର୍ଡ / ପୁରୀ

ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥାରିତିରେ ଚାଲିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।

Breaking News